ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟ୍କା ଲାଗିଛି। ବିଜେପି ଛାଡିଲେ ଦଳର ଜଣେ ଟାଣୁଆ ନେତା ଭୃଗୁ ବକ୍ସିପାତ୍ର । ବହୁ ଦିନର ଚର୍ଚ୍ଚାରେ ଆଜି ସେ ବିରାମ ଲଗାଇଛନ୍ତି । ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ସେ ଆଜି ଇସ୍ତଫା ଦେଇଛନ୍ତି ।
ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟରୁ ସେ ନିଜ ଇସ୍ତଫା ପତ୍ର ଫଠାଇ ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ରରେ ଲେଖିଛନ୍ତି, “ଅତ୍ୟନ୍ତ ଦୁଃଖର ସହିତ ମୁଁ ଭାରତୀୟ ଜନତା ପାର୍ଟିର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଉଛି । ସେ ୨୦୧୯ରେ ବହ୍ମପୁର ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦିତା କରିଥିଲେ।ଏହି ଇସ୍ତଫା ପତ୍ର ସେ ଲେଖିଛନ୍ତି କି ୨୩ ବର୍ଷ ଧରି ଜଣେ ସଭ୍ୟ ଭାବେ ରାଜ୍ୟରେ ପାର୍ଟିର ଉନ୍ନତି ପାଇଁ ସମସ୍ତ ପ୍ରୟାସ କରିଛି । ପାର୍ଟି ଦେଇଥିବା ସମସ୍ତ ଦାୟିତ୍ୱ ନିଷ୍ଠା, ପରିଶ୍ରମ ଏବଂ ସ୍ଥିରତା ସହିତ ତୁଲାଇଛି । ତେବେ ବିଭିନ୍ନ ସାଙ୍ଗଠନିକ ଓ ରାଜନୈତିକ କାର୍ଯ୍ୟ ବୃଦ୍ଧି କରିପାରେ ପାର୍ଟି ମୋ ଉପରେ ଆସ୍ଥା ରଖିଥିବାରୁ ମୁଁ କୃତଜ୍ଞ । କିନ୍ତୁ ଗତ କିଛି ଦିନ ହେଲା ଦଳରେ ମୋର କିମ୍ବା ମୋ ସେବାର ଆବଶ୍ୟକତା ଆଉ ନାହିଁ ବୋଲି ଉପଲବ୍ଧ କଲି। ଲୋକଙ୍କ ସେବା ଏବଂ ଓଡିଶାର ବିକାଶ ପାଇଁ ଚେଷ୍ଟା ଜାରି ରଖିବି