ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଛନ୍ତି ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଭୁବନେଶ୍ୱର ସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲ ଓ ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାରଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଛନ୍ତି। ସମୀରଙ୍କ ସହିତ ତାଙ୍କର ଅନେକ ସମର୍ଥକ ମଧ୍ୟ ବିଜେଡି ଛାଡ଼ି ବିଜେପିରେ ମିଶିଛନ୍ତି।
ଭୁବନେଶ୍ୱର:ବିଜେଡି_ଛାଡିଲେ_ସମୀର_ଦାଶ
-ବିଜେଡି ଛାଡ଼ିଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ
-ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ସମୀର*
ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଲେ ଇସ୍ତଫାପତ୍ର
-ଦଳ ଛାଡ଼ିଥିବା ନେଇ ଭିଡିଓ ବାର୍ତ୍ତା ମାଧ୍ୟମରେ ଦେଲେ ସୂଚନା
ନିଷ୍ପତ୍ତିର ପୁନର୍ବିଚାର ପାଇଁ ବାରମ୍ବାର ଶକ୍ତି ପ୍ରଦର୍ଶନ କରିଥିଲେ
-୨୦୦୯, ୨୦୧୪ ଓ ୨୦୧୯ରେ ବିଜେଡିରୁ ବିଧାୟକ ହୋଇଥିଲେ
-ଭିଡିଓ ବାର୍ତ୍ତାରେ ଇସ୍ତଫାର କାରଣ କହିଲେ ସମୀର ଦାଶ
‘ବିଜେଡି ନେତା ମୋ ଉପରେ ଆସ୍ଥା ହରାଇଥିବାରୁ ଦଳ ଛାଡ଼ିଲି’
‘ଗୋପ ବିଜେଡି ସଂଗଠନ ଉପରେ ବି ଆସ୍ଥା ହରାଇଛନ୍ତି’
-ନେତା ଆସ୍ଥା ହରାଇଥିବାରୁ ଦଳରେ ରହିବା ଠିକ୍ ନୁହେଁ- ସମୀର